ରାଜଧାନୀ ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର


ଭୁବନେଶ୍ବର: ଲିଙ୍ଗରାଜ ଷ୍ଟେସନ ରୋଡ଼ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ଜଣଙ୍କ ହେଲେ ୟୁନିଟ ୮ ଅଞ୍ଚଳର ନବ ନାୟକ ।
ଆଜି ସକାଳେ ଲିଙ୍ଗରାଜ ଷ୍ଟେସନ ରୋଡ଼ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଯୁବକଙ୍କ ବେକରେ ରଶି ଲାଗିଥିବା ଦେଖିବାକୁ ମିଳିଥିଲା । ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇବା ପରେ ପୋଲିସ ତତ୍କାଳ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।
ତେବେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ିନାହିଁ। ମୃତକଙ୍କ ପରିବାର ଲୋକଙ୍କୁ ଘଟଣା ସଂପର୍କରେ ପୋଲିସ ଅବଗତ କରିଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି ।