Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ୩୨୮ଟି ହାଇସ୍କୁଲର ହେବ ରୂପାନ୍ତରଣ; ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ରୂପାନ୍ତରଣ ହାଇସ୍କୁଲର ଲୋକାର୍ପଣ ଉତ୍ସବ । ଆଜି ଦ୍ବିତୀୟ ଦିନରେ ୫ଟି ଜିଲ୍ଲାରେ ୩୨୮ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରାପୁଟର ୫୮, ବଲାଙ୍ଗୀରର ୧୦୦ ଓ ସମ୍ବଲପୁରର ୬୧ ହାଇସ୍କୁଲ, ପୁରୀର ୫୩ ଓ କେନ୍ଦ୍ରାପଡ଼ାର ୫୬ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ରହିଛି ।

ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩ ହଜାର ୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ପରେ ରାଜ୍ୟରେ ସମୁଦାୟ ୬ ହଜାର ୧୩୨ଟି ସ୍କୁଲ ରୂପାନ୍ତରିତ ହେବ । ଆଉ ୬ ମାସ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ସବୁ ସରକାରୀ ହାଇସ୍କୁଲ ରୂପାନ୍ତରିତ ହେବ । ଗତକାଲି ୪ଟି ଜିଲ୍ଲାର ୩୫୭ଟି ସ୍କୁଲ ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ।