୧୭ରେ ଦୁର୍ଗା-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ


ଭୁବନେଶ୍ବର: ଆସନ୍ତା ୧୭ ତାରିଖରୁ ଚାଲିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିବେ । ଟ୍ରେନଟି ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହୀ କରି ବିଶାଖାପାଟଣାରେ ପହଞ୍ଚିବ ।
ଏହା ପୂର୍ବରୁ ସମ୍ବଲପୁର ଡିଆରଏମ ତୁଷାରକାନ୍ତ ପାଣ୍ଡେ ଟିଟିଲାଗଡ଼ ରେଳ ଷ୍ଟେସନରେ ପହଞ୍ଚି ସମୀକ୍ଷା କରିଛନ୍ତି । ଏହି ଟ୍ରେନ ଗଡ଼ିବା ଦ୍ୱାରା ବିଶେଷ କରି ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ାର ଲୋକେ ସୁବିଧା ପାଇବେ । ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଦକ୍ଷିଣ ଓଡ଼ିଶାର ରାୟଗଡ଼ାରେ ରହଣୀ କରିବ ।
ସୂଚନାଯୋଗ୍ୟ, ନିଜ ଜନ୍ମଦିନରେ ଅର୍ଥାତ୍ ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ରାଜ୍ୟ ବିଜେପି ସରକାରଙ୍କ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏହାସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ର ୧୦ ଲକ୍ଷ ହିତାଧିକାରୀଙ୍କୁ ‘ଘର ମଞ୍ଜୁରୀ ପତ୍ର’, ୨୬ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବଣ୍ଟନ ସହ ‘ଆବାସ+ ୨୦୨୪’ର ଆପ୍ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ।