Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା ଗସ୍ତରେ ଆସୁଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ; ପରିଦର୍ଶନ କରିବେ ଡାକୋଟା ବିମାନ

ଭୁବନେଶ୍ବର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ। ଇଣ୍ଡୋନେସିଆ ରାଷ୍ଟ୍ରଦୂତ ଇନା ହାନିଂ ଟାସ୍ କ୍ରିଷ୍ଣାମୂର୍ତ୍ତିଙ୍କ ସହ ଇଣ୍ଡୋନେସିଆ କନସୁଲ୍ ମହେଶ ଶର୍ମା ଓ ରାଷ୍ଟ୍ରଦୂତ କାର୍ଯ୍ୟାଳୟର ଦୁଇଜଣ ଅଧିକାରୀ ମଧ୍ୟ ଆସୁଛନ୍ତି । ଇଣ୍ଡୋନେସିଆ ରାଷ୍ଟ୍ରଦୂତ ଆଜି ରାତି ୮ଟାରେ ଭୁବନେଶ୍ବର ପହଞ୍ଚିବେ। ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିବେ ।

ଅପରାହ୍ନ ୩ଟା ୩୦ରେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ ଲୋକସେବା ଭବନରେ ମୁଖ୍ୟଶାସନ ସଚିବଙ୍କୁ ଭେଟିବେ। ପରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଗସ୍ତ କରି ‌ସେଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିମାନ ଡାକୋଟା ବୁଲି ଦେଖିବେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ