Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୬/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲାସ୍ତରୀୟ ବିକାଶ ମେଳା ଆୟୋଜନ ନିମନ୍ତେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଆସନ୍ତା ୨୦ ଠାରୁ ୨୨ ତାରିଖ ମଧ୍ୟରେ ବିଭିନ୍ନ ବିଭାଗର ସମନ୍ବୟରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଗଜପତି ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ। ଏହି ବିକାଶ ମେଳାର ଉଦ୍ଦେଶ୍ୟ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ବିଭିନ୍ନ ଫଳପ୍ରସୂ ପଦକ୍ଷେପ ପ୍ରଣୀତ ବିବିଧ ଯୋଜନା ଗୁଡିକ ସଂପର୍କରେ ସଚେତନତା କରାଯିବ। ସେହିପରି ଉଦ୍ଦେଶ୍ୟ ଓ କର୍ଯ୍ୟନ୍ଵୟନ ସଂପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା। ବହୁବିଧ କଲ୍ୟାଣକାରୀ ଦିଗ ଗୁଡ଼ିକ ସମ୍ପର୍କରେ ଜନ ସଚେତନା ସୃଷ୍ଟି କରିବା ଇତ୍ୟାଦି। ଏହି ସମନ୍ବୟ ବୈଠକରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ମିଶନ ଶକ୍ତି ବିଭାଗ, ପୂର୍ବ ବିଭାଗ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମନ୍ବିତ ସ‌ହ‌ଯୋଗରେ ଏହି କାର୍ଯ୍ୟକ୍ରମ ଜନସାମାବେଶ, ଉନ୍ନୟନ ପ୍ରଦର୍ଶନୀ, ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ହେବ। ଏହି ଅବସରରେ ଜିଲ୍ଲାର ଲୋକକଳାକାରଙ୍କୁ ନେଇ ତିନି ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼. ଗୁଣନିଧି ନାୟକ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମାଧବ ନନ୍ଦ ନାୟକ, ଡିଏସପି ଡ଼.ଚନ୍ଦ୍ର ଶେଖର ହତା ସମେତ ଅନ୍ୟାନ୍ୟ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ପ୍ରମୁଖ ଯୋଗ ଦେଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।