Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୁଢ଼ାରଜା ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ।

କଳାହାଣ୍ଡି:୨୦/୦୯
କୋକସରା ବ୍ଲକ ଆମପାଣି ବୁଢ଼ାରଜା ଉଚ୍ଚ ବିଦ୍ୟାଳୟ ଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଉଦଘାଟନୀ କାର୍ଯ୍ୟକ୍ରମ ରେ ବ୍ଲକ ଶିକ୍ଷା ଅଧିକାରିଣୀ ସୁଶ୍ରୀ ରଶ୍ମିତା ନେତମ ଙ୍କ ଅଧ୍ୟକ୍ଷତାରେ ଆମପାଣି ସରପଞ୍ଚ ଶ୍ରୀମତୀ ରୁକ୍ମଣୀ ବାଣୁଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଶରତ ଚନ୍ଦ୍ର ରାଉତ,ପ୍ରଧାନ ଶିକ୍ଷକ ସୁରଜ ତାଣ୍ଡି ଉପସ୍ଥିତ ରହି କ୍ରୀଡା ପତାକା ଉତ୍ତୋଳନ କରିବା ସହ ଖେଳକୁଦ ହେଉଛି ପିଲାଙ୍କ ମାନସିକ ଦକ୍ଷତା ବୃଦ୍ଧି ଓ ଶାରୀରିକ ବିକାଶ ପାଇଁ ମାନଦଣ୍ଡ,ଏଣୁ ପାଠପଢା ସହ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ କ୍ରୀଡା ପ୍ରତି ଉତ୍ସାହ ରହିବା ଜରୁରୀ ବୋଲି ମତ ପ୍ରକାଶ କରିଛନ୍ତି। ବ୍ଲକ ର ସମସ୍ତ ଉଚ୍ଚ ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଭଳିବଲ, କବାଡି, ଯୋଗ ଓ ଚେସ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଖେଳକୁଦ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ମାନେ ଜିଲ୍ଲା ସ୍ତରୀୟ ଖେଳକୁଦ ପ୍ରତିଯୋଗିତାରେ ଭାଗ ନେବାକୁ ଚୟନ କରାଯାଇଛି। ନୋଡାଲ ପିଇଟି ଅମିତ କୁମାର ମହାନ୍ତି କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଖେଳ ଶିକ୍ଷକ ରାଧାକାନ୍ତ ପଟ୍ଟନାୟକ, ବିଶ୍ବମ୍ବର ଧ. ମାଝୀ, ଶଙ୍କର ପୋଢ଼, ଲୋକନାଥ ରାଉତ, କିଶନ ଲାଲ ଧ. ମାଝୀ, ସମୀର ପଣ୍ଡା ପ୍ରମୁଖ ଖେଳକୁଦ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ କୁ ବୁଢ଼ାରଜା ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଭାଗ୍ୟବାନ ବାଗ ମଞ୍ଚ ସଂଯୋଜନା କରିଥିଲେ। ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।