ଟାଙ୍ଗନକନା ଛକରେ ଉଦଘାଟିତ ହେଲା ପି.ଏସ ଢାବା


କଳାହାଣ୍ଡି, ୨୩/୦୯-ବିଶ୍ୱନାଥପୁର-ଲାଞ୍ଜିଗଡ ରାସ୍ତା ଟାଙ୍ଗନକନା ଛକ ନିକଟରେ ଖୋଲିଛି ପି.ଏସ ଢାବା। ଆଜି ପି.ଏସ ଢାବା ଅନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଥିବାବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ଡ. ବଳଭଦ୍ର ମାଝୀ ଯୋଗଦେଇ ଏହାର ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ଲାଞ୍ଜିଗଡ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, କଂଗ୍ରେସ ନେତା ଗୋବିନ୍ଦ ପ୍ରଧାନୀ, ଦଶରଥ ପାତ୍ର, ନରେନ୍ଦ୍ର ପ୍ରଧାନୀ, କର୍ଣ୍ଣ ସାହୁଙ୍କ ସହିତ ବିଶ୍ୱମ୍ବର ନାୟକ, ସମାଜସେବୀ ସୁରେଶ ଅଗ୍ରୱାଲ, ସନ୍ତୋଷ ସିଂ, ଶ୍ରୀନିବାସ ଚଣ୍ଡୀ, ହରି ରଣା, ପରମାନନ୍ଦ ରଣା, ପ୍ରମୁଖ ଯୋଗ ଦେଇଥିଲେ। ପି. ଏସ ଢାବାର ମାଲିକ ପ୍ରମୋଦ କୁମାର ସାହୁଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମକୁ ଥୟମନ ସାହୁ, କ୍ଷମାନିଧି ସାହୁ, ପ୍ରସନ୍ନ ସାହୁ, ସଙ୍ଗୀତ କୁମାର ସାହୁ, ଅଶୋକ ସାହୁ, ଦେବେନ୍ଦ୍ର ମହାଖୁଡ଼ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।