Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ବ୍ଲକ ସଭାଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଶୁଣାଣି ଶିବିର ; ବିଭିନ୍ନ 45 ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ବୀରମହାରାଜପୁର : (ସୌମିତ୍ରି ମେହେର )
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l ସୋମବାର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୬ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଟଙ୍କଧର ପଧାନ ଙ୍କୁ ଶିଶୁଙ୍କ ଶିକ୍ଷା ସହାୟତା ନିମନ୍ତେ ଟ. ୬୦୦୦ ହଜାର , ବିଷ୍ଣୁ ପ୍ରସାଦ ରଣା ଙ୍କୁ ବିବାହ ପ୍ରୋତ୍ସାହନ ସହାୟତା ନିମନ୍ତେ ୫୦,୦୦୦ ହଜାର, ଓ ରବି ଭୋଇ ଙ୍କୁ ଅନ୍ତିମ ସଂସ୍କାର ସହାୟତା ଓ ମୃତ୍ୟୁ କାଳୀନ ସହାୟତା ନିମନ୍ତେ ୫୦୦୦ ହଜାର ଓ ୨ଲକ୍ଷ ଟଙ୍କାର ଶ୍ରମିକ କଲ୍ୟାଣ ଆର୍ଥିକ ସହାୟତା ର ଡେମୋ ଚେକ୍ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ଶ୍ରୀମତୀ ଦାସ। ଏଥିସହ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିତାଧିକାରୀଙ୍କୁ ଜିଲ୍ଲା ଶ୍ରମ ବିଭାଗ ତରଫରୁ ୧୧ ଜଣଙ୍କୁ ଝିଅ ବିବାହ ନିମନ୍ତେ ପ୍ରୋତ୍ସାହନ ସହାୟତା , ଜଣକୁ ମେଟରନିଟି ସହାୟତା , ୧୨୩ ଜଣଙ୍କୁ ଶିକ୍ଷା ନିମନ୍ତେ ସହାୟତା, ୪ଜଣ ଙ୍କୁ ମୃତ୍ୟୁ କାଳୀନ ସହାୟତା , ଓ ୫ ଜଣଙ୍କୁ ଅନ୍ତିମ ସଂସ୍କାର ସହାୟତା ନିମନ୍ତେ ଅର୍ଥ ରାଶି ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ବିଭାଗ ତରଫରୁ ସମୁଦାୟ ବିଭିନ୍ନ ୧୪୪ ଜଣଙ୍କୁ ମୋଟ ଟ. ୨୧ ଲକ୍ଷ ୪୫ ହଜାର ୪୦୦ ଶହ ଟଙ୍କାର ସହାୟତା ଅର୍ଥ ରାଶି ସେମାନଙ୍କ ସଂଚୟ ଖାତା କୁ ଅନଲାଇନ ଯୋଗେ ପ୍ରଦାନ କରାଯାଇଛି। ସେହିପରି ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉଫୁଲା ଗ୍ରାମର ରଞ୍ଜିତା ଦଣ୍ଡସେନା , ନିରସୀ ବିଶ୍ୱାଳ , ରତନ ଗୁରୁ ଓ କମଲପୁର ଗ୍ରାମର ଜାନକୀ ସାହୁଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଭତ୍ତା ପ୍ରଦାନ କରାଯାଇଥିଲା । ପୁନଶ୍ଚ ବିଭାଗ ତରଫରୁ କୁମରକେଲି ଗ୍ରାମର ଦିବ୍ୟାଙ୍ଗ ଶିଶୁ ଋଷିଶନୀତ ପଧାନ ଙ୍କୁ ଜିଲ୍ଲାପାଳ ଶ୍ରୀମତୀ ଦାସ ହୁଇଲ ଚେୟାର ପ୍ରଦାନ କରିଥିଲେ । ବିଡିଓ , ବୀରମହାରାଜପୁର ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା , ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟଧିକାରୀ ଡା. ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀର ସାମଲ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ , ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ଡିଏସଡବ୍ଲୁଓ ଅନୁପମା ପଣ୍ଡା , ଜିଲ୍ଲା କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା,ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ଶ୍ରମ ଅଧିକାରୀ,ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର, ବୀରମହାରାଜପୁର ସାଂସଦ ପ୍ରତିନିଧି ନଳିନୀ ପଣ୍ଡା , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।