Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲା ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତା ରେ ପ୍ରଥମ ହେଲେ ଆଗମ

ଲକ୍ଷ୍ମୀପୁର ୨୩/୦୯
ସେମିଳିଗୁଡା ବ୍ଲକ୍ ପୁଙ୍ଗାର ଆଦର୍ଶ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ସ୍ଥାପନ ଦିବସ ସମାରୋହରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା। କାର୍ଯ୍ୟକ୍ରମ ର ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ।ଲକ୍ଷ୍ମୀପୁର ବ୍ଲକ୍ ଗୌଡଗୁଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ର ଛାତ୍ର ଆଗମ ବେହେରା କନିଷ୍ଠ ବିଭାଗର ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ବିଦ୍ୟାଳୟ ତରଫରୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇ ତାଙ୍କୁ ସମ୍ମାନିତ କରାଯାଇଥିଲା।ଏନେଇ ଆଗମ ନିଜ ବିଦ୍ୟାଳୟ ପାଇଁ ଗୌରବ ଆଣି ଦେଇଥିବାରୁ ସବୁ ମହଳରେ ତାଙ୍କୁ ସୁବେତ୍ସା ର ସୁଅ ଛୁଟିଛି।