Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରବଳରୁ ଅତି ପ୍ରବଳ ବର୍ଷା: ପୁରୀ ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ଆଜି ବନ୍ଦ

ପୁରୀ: ଆଜି ପୁରୀ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ । ଏନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି । ଆଜି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି । ସ୍କୁଲ ସହ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ପ୍ରବଳ ବର୍ଷା ନେଇ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।