Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବେଦାନ୍ତ ଓ ଆୟୁଷ ମନ୍ତ୍ରଣାଳୟର ମିଳିତ କାର୍ଯ୍ୟକ୍ରମ : କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହେଲା ‘ସ୍ୱର୍ଣ୍ଣ ପ୍ରାଶନ୍ନ’ ଅଭିଯାନ

କଳାହାଣ୍ଡି, ୨୭।୦୯ – ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଦ୍ୱାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମାଣିକେଶ୍ୱରୀ ହାଇସ୍କୁଲ ଓ ସରସ୍ୱତୀ ଶିଶୁ ମନ୍ଦିରରେ ଆୟୁଷ ମନ୍ତ୍ରଣାଳୟ ସହଯୋଗରେ ‘ସ୍ୱର୍ଣ୍ଣ ପ୍ରାଶନ୍ନ’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସହକାରୀ ଚିକିତ୍ସାଧିକାରୀ ଡା. ଅଯୋଧ୍ୟାନାଥ ବେହେରା, ଜିଲ୍ଲା ସହକାରୀ ଚିକିତ୍ସାଧିକାରୀ ଡା. ଅକ୍ଷୟ କାଣ୍ଡ, ଡା. ଚନ୍ଦ୍ରଭାନୁ ଓ ଡା. ରାଜକୁମାର ମେହେର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଓଡ଼ିଶା ସରକାର, ଆୟୁଷ ମନ୍ତ୍ରଣାଳୟର ସଚିବ ଓ ଅନ୍ୟାନ୍ୟ ସରକାରୀ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବେଦାନ୍ତ ଆଲୁମିନିୟମ କଳାହାଣ୍ଡି ଜିଲ୍ଲାରେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିବା ସହ ଆଉ ଦୁଇଟି ଜିଲ୍ଲା ରାୟଗଡ଼ା ଓ କୋରାପୁଟକୁ ସହାୟତା ଯୋଗାଇଦେବାକୁ ଯୋଜନା କରିଛି।