Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଛାତ୍ରଛାତ୍ରୀ ଙ୍କ ଲୁକ୍କାୟିତ ପ୍ରତିଭା କୁ ପ୍ରସ୍ଫୁଟିତ କରିବ ସୁରଭି ଶିଶୁ ମହୋତ୍ସବ

କଳାହାଣ୍ଡି:୨୮/୦୯
ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟ ସ୍ତରରୁ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଲୁକ୍କାୟିତ ରହିଥିବା ପ୍ରତିଭା କୁ ପ୍ରସ୍ଫୁଟିତ କରିବା ପାଇଁ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ କ୍ଲଷ୍ଟର ସ୍ତରରୁ ବ୍ଲକ ସ୍ତରୀୟ,ଜିଲ୍ଲା ସ୍ତରୀୟ ଓ ରାଜ୍ୟ ସ୍ତରୀୟ ଆୟୋଜନ କରାଯାଉଛି। ଶୁକ୍ରବାର କୋକସରା ଗୋଷ୍ଠି ଶିକ୍ଷା ବିଭାଗ କୋକସରା କ୍ଲଷ୍ଟର ରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନୋଡାଲ ସିଆରସିସି ବୈକୁଣ୍ଠ ଜାଲ ଙ୍କ ତତ୍ୱାବଧାନ ରେ ଏହି ଶିଶୁ ମହୋତ୍ସବ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବିଇଓ ସୁଶ୍ରୀ ରଶ୍ମିତା ନେତମ,ମୁଖ୍ୟ ବକ୍ତା ଭାବେ ତୋଫାନ ମାଝୀ, ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ଵାଲା ଠାକୁର, ଦୁର୍ଯୋଧନ ନାଏକ, ସନ୍ତୋଷ କୁମାର ନାଏକ, ସୁରେଖା ମାଝୀ ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସର ରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ପରେ ଉଦଯାପିତ କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଯେଉଁ ଛାତ୍ରଛାତ୍ରୀ ମାନେ ଏହି ସୁରଭି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରି କୃତକାର୍ଯ୍ୟ ହୋଇଛନ୍ତି ସେମାନେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିବେ। କାର୍ଯ୍ୟକ୍ରମ ପରିଶେଷରେ ଶିକ୍ଷକ ମଧୁସୂଦନ ପୁଞ୍ଜି ଧନ୍ୟବାଦ ଅର୍ପଣ କରିଥିଲେ।
ରିପୋର୍ଟ-ସନତ ପ୍ରଧାନୀ