Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ଗିରି ମ୍ୟୁନିସିପାଲଟି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଗଜପତି ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ୨୦୨୪-୨୫ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଳାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ଗିରି ମ୍ୟୁନିସିପାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଗଜପତି ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ୨୦୨୪-୨୫ କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ମାୟାଧର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ କାର୍ଯ୍ୟକ୍ରମ ଉପରେ ଚଳିତ ବର୍ଷର ବିଷୟ ବାର୍ତ୍ତା ” କୃତ୍ରିମ ବୁଦ୍ଧିମତା ଆଶା ଓ ଆଶଙ୍କା ” ସମ୍ପର୍କରେ ତାର ବିଭିନ୍ନ ଦିଗ ଉପରେ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ । ଅନ୍ୟପକ୍ଷରେ ସମାଜରେ ଦେଖା ଦେଉଥିବା ବିଭିନ୍ନ ସମସ୍ୟାର ସମାଧାନ ହେଲାଭଳି ପ୍ରକଳ୍ପ ପ୍ରସ୍ତୁତି କରାଯିବା ଉପରେ ବିଶେଷ ଗୁରୁତ୍ୱାରୋପ କରିଥିଲେ ।ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ସଭାପତିତ୍ବ କରିବା ସହ ଏହି ଅବସରରେ ସମସ୍ତଙ୍କୁ ସ୍ବାଗତ ଜଣାଇ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ନିଜର ମତ ରଖିଥିବା ବେଳେ ଗଜପତି ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଏ: ରବି କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜ୍ଞାନ ପ୍ରକଳ୍ପ ପ୍ରସ୍ତୁତି , ଗାଇଡ ଶିକ୍ଷକ ମାନଙ୍କ ଭୂମିକା , ଛାତ୍ରଛାତ୍ରୀଙ୍କ ପ୍ରତିଯୋଗିତାରେ ଅଂଶଗ୍ରହଣ ଏବଂ ପ୍ରକଳ୍ପ ଉପସ୍ଥାପନା ଶୈଳୀ ପ୍ରଭୃତି ବିଭିନ୍ନ ଦିଗ ଉପରେ ଉପାଦେୟ ଓ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଚାରକ ଭାବେ ଅଧ୍ୟାପକ ଡ଼ଃ ଅଭିଷେକ ଦାସ ଓ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଏ: ରବି କୁମାର ଯୋଗ ଦେଇ ନିଜ ଦାୟିତ୍ୱ କାର୍ଯ୍ୟ ସମ୍ପାଦନ କରିଥିଲେ । ଏଥିରେ ବ୍ଲକ୍ ସ୍ତରରୁ ମନୋନୀତ ହୋଇ ଆସିଥିବା ମୋଟ ୭ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ସେଥିମଧ୍ୟରୁ ଖରଷଣ୍ଢl ଗ୍ରାମସ୍ଥିତ ଆର:ଏମ: ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଜି: ରେଣୁଶ୍ରୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ କଇଠପଦର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଶ୍ରଦ୍ଧାଞ୍ଜଳୀ ପଣ୍ଡା ଦ୍ଵିତୀୟ ଏବଂ ଜୀବା ଗ୍ରାମସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ଶ୍ରୀ ସାଲମନ ନାୟକ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।
ଏହି କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ କେବଳ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀ ଜି: ରେଣୁଶ୍ରୀ , ରାଜ୍ୟସ୍ତରୀୟ ଅନୁଷ୍ଠିତ ହେବାକୁ ଥିବା ବିଜ୍ଞାନ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଜିଲ୍ଲାସ୍ତରରୁ ମନୋନୀତ ହୋଇଛନ୍ତି।ଶେଷରେ ବିଦ୍ୟାଳୟର ବରିଷ୍ଠ ବିଜ୍ଞାନ ଶିକ୍ଷୟତ୍ରୀ ଶ୍ରୀମତୀ କବିତା ରାଉତ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶ୍ରୀ ଏନ: ଜଗଦୀଶ’ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

More Stories