ଉଲୁଣ୍ଡା-ଗଣ୍ଡାବାହାଲ ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ


ଉଲୁଣ୍ଡା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ସଦର ମହକୁମା ଗଣ୍ଡାବାହାଲ ଗୋପ ମଣ୍ଡପ ଠାରେ ସ୍ଥାନିୟ ସୁର ସର୍ଗମ କମିଟି ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଶୁକ୍ରବାର ସମାଜସେବୀ ବଳରାମ ସୁନା ଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମ ରେ ଓଡିଶା ବୟାନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ l ସମ୍ମାନିତ ଅତିଥି ଭାବରେ ରେଞ୍ଜର ସଂଜୀବ ରାଉତ , ସମାଜସେବି ହରିଶଙ୍କର ତରାଇ , ଏସ ପତ୍ରାପାଳି ସରପଞ୍ଚ ସନାତନ ମହାଳିଙ୍ଗ , ଏଏସଆଇ ବସନ୍ତ ରଥ , ସମିତି ସଭ୍ୟ କରୁଣାକର ସେଠି ପ୍ରମୁଖ ଯୋଗଦେଇ ନୂଆଖାଇର ମହତ୍ୱ ଉପରେ ଆଲୋକପାତ କରିଥିଲେ l ଏହି ଅବସରରେ ବରଗଡ଼ କଂସ ଭୁବନେଶ୍ବର ପଧାନ , ଅନ୍ୟତମ କଂସ ନିରଞ୍ଜନ ରଥ , ଶିକ୍ଷାବିତ କ୍ଷୀର ସାଗର ବିଭାର , ସମାଜସେବୀ ସମ୍ବିତ ମହାକୂର , ଯୋଗଗୁରୁ ହୃଷିକେଶ ଦେହୁରୀ , କୋଶଲି କବି ନୀତିଶ ଆଚାର୍ଯ୍ୟ , ମହେନ୍ଦ୍ର ସାହୁ ଏବଂ ମୃଦଙ୍ଗ ବାଦକ ଯୋଗେଶ୍ୱର ମେହେରଙ୍କୁ ଆୟୋଜକଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ ବୟାନିକା ତରଫରୁ 10 ଜଣଙ୍କୁ ଶୀତ ବସ୍ତ୍ର ପ୍ରଦାନ କରାଯାଇଥିଲା l ବିଳମ୍ବିତ ରାତି ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ବିଶ୍ୱଜିତ ପାତ୍ର ମଞ୍ଚ ପରିଚାଳନା କରିଥିବା ବେଳେ ସୁଜିତ ପଣ୍ଡା ଧନ୍ୟବାଦ ଦେଇଥିଲେ l

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।