Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ି ଘଟଣା; ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ସକାଳେ ୨୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଡଙ୍ଗାଟି ବାହାରିଥିବା ବେଳେ ନଦୀ ମଝିରେ ଭାରସାମ୍ୟ ହରାଇ ଡଙ୍ଗାଟି ଓଲଟିପଡ଼ିଥିଲା। ଡଙ୍ଗାରେ ଥିବା କିଛି ଯାତ୍ରୀ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ନାଉରୀ ଓ ଜଣେ ନାବାଳକ ନିଖୋଜ ହୋଇଯାଇଥିଲେ। ତେବେ ସୂଚନା ଅନୁଯାୟୀ ପରେ ନାବାଳକ ଜଣଙ୍କ ମୃତ ବୋଲି ଜଣାପଡ଼ିଥିଲା। ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି। ମୃତବ୍ୟକ୍ତିଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ