Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀ ଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି l ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସର୍ବଧର୍ମ ପ୍ରାର୍ଥନା ତଥା ସ୍ମୃତି ସଭାରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଅଞ୍ଜଳିନା ପଧାନ, ଉପଜିଲ୍ଲାପାଳ ସୋନପୁର ସୌମ୍ୟାରୁପା ରଥ ଯୋଗଦେଇଥିବା ବେଳେ ବକ୍ତା ଭାବରେ ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ଶ୍ରୀ ଗୋରେଖନାଥ ସାହୁ ଯୋଗଦେଇ ଗାନ୍ଧୀଜୀ ଏବଂ ଶାସ୍ତ୍ରୀଜୀ ଙ୍କ ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ। ଶିକ୍ଷକ ତଥା ସଂଗୀତକାର ପୁଷ୍ପକ ରାୟ , ପ୍ରତିଦିପ୍ତ ରାୟ ପ୍ରମୁଖ ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନ ତୋ ତେନେ କହିଏ ଓ ରଘୁପତି ରାଘବ ରାଜାରାମ ପରିବେଷଣ କରିଥିଲେ l ସର୍ବଧର୍ମ ପ୍ରାର୍ଥନା ସଭାରେ ପାଷ୍ଟର ଲାଲମୋହନ ଦିଗାଲ୍ ପବିତ୍ର ବାଇବଲ୍, ଜନlବ ମହମ୍ମଦ ରଫିକ କୋରାନ୍ , ପଣ୍ଡିତ ଲକ୍ଷ୍ମୀନାରାୟଣ ପୂଜାରୀ ଭଗବତ ଗୀତା ଅବୃତ୍ତି ଏବଂ ଧିମାନ କରୁଣାକର ବୌଦ୍ଧ ଧର୍ମଗ୍ରନ୍ଥ ର କିୟଦଂଶ ପାଠ କରିଥିଲେ l ଏହି ଅବସରରେ ଆୟୋଜିତ ଚିତ୍ରାଙ୍କନ ପ୍ରବନ୍ଧ ଓ ଵତ୍କୃତା ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା l ସଭାରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଏବଂ ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଗାନ୍ଧୀ ପ୍ରେମୀ ଜନସାଧାରଣ , ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇଥିଲେ। ବିଭାଗ ତରଫରୁ ପ୍ରାତଃ ସମୟରେ ସହରରେ ରାମଧୁନ ପରିବେଷଣ କରାଯାଇଥିବା ବେଳେ, ଜିଲ୍ଲାପାଳ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ପ୍ରମୁଖ ଗାନ୍ଧୀ ମୂର୍ତ୍ତୀ ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ପରେ ପରେ ବରିଷ୍ଠ ଅଧିକାରୀ ଓ ପୌରପରିଷଦର ଅଧିକାରୀ ଓ କର୍ମକର୍ତ୍ତା ମିଳିତ ଭାବେ ସ୍ୱଛତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଦିବସରେ ଆୟୋଜିତ କାର୍ଯ୍ୟକ୍ରମ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଏଥିରେ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ