Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ,ମୃତକ ଙ୍କ ପରିଚୟ ମିଳିନାହିଁ,ପୋଲିସ ର ତଦନ୍ତ ଜାରି।

କଳାହାଣ୍ଡି:୦୬/୧୦
ରିପୋର୍ଟ—ସନତ କୁମାର ପ୍ରଧାନୀ
ଶନିବାର ବିଳମ୍ବିତ ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କୁ ଧକ୍କା ଦେଲା ଅଜଣା ଗାଡି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ବିଜୁ ଏକ୍ସପ୍ରେସ ୱେ କୁଲେରଗୁଡ଼ା ନିକଟରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ଜଣେ ବ୍ୟକ୍ତି ବିଜୁ ଏକ୍ସପ୍ରେସ ୱେ କୁଲେରଗୁଡ଼ା ନିକଟରେ ଶନିବାର ବିଳମ୍ୱିତ ରାତିରେ ଯାତ୍ରା କରୁଥିଲେ । ଏହି ସମୟରେ ଏକ ଅଜଣା ଗାଡ଼ି ଆସି ବ୍ୟକ୍ତିଙ୍କୁ ଧକ୍କା ଦେଇ ଫେରାର ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ବ୍ୟକ୍ତି ଜଣକ ପ୍ରାଣ ହରାଇଥିଲେ । ତେବେ ରବିବାର ସକାଳୁ ବ୍ୟକ୍ତିଙ୍କ ମୃତଦେହ ରାସ୍ତାରେ ପଡ଼ି ରହିଥିବାର ଦେଖିଥିଲେ ସ୍ଥାନୀୟ ଲୋକେ । ଏହା ଦେଖି ତୁରନ୍ତ ଆମ ପାଣି ଥାନା ପୋଲିସକୁ ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଜବତ କରି ମାଜିଷ୍ଟ୍ରେଟ ଦାୟିତ୍ୱ ରେ ଥିବା କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ ଙ୍କ ଉପସ୍ଥିତି ରେ ମୃତକ ଙ୍କ ପରିଚୟ ନମିଳିବାରୁ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଥିବା ଶବ ଗୃହ କୁ ପଠାଇଥିବା ସୂଚନା ମିଳିଛି। ୭୨ ଘଣ୍ଟା ପର୍ଯ୍ୟନ୍ତ ଶବ କୁ ରଖାଯିବ ଯଦି ତାର କୌଣସି ପରିଚୟ ନମିଳିଲେ ବ୍ୟବଚ୍ଛେଦ ପରେ ଡିସପୋଜ କରାଯିବ ବୋଳି ଆମପାଣି ଥାନା ଆଇଆଇସି ବିଜୟଲକ୍ଷ୍ମୀ ହିକ୍କା ସୂଚନା ପ୍ରଦାନ କରିବା ସହ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ଆମପାଣି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।