Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ଛୁଇଁଲା ୧ କୋଟି: ଟୋଲ ଫ୍ରୀ ନମ୍ବର ୧୪୬୭୮ରେ କଲ କଲେ ଜାଣିବେ କିଏ ସବୁ ଫାଇଦା ଉଠାଇବେ ଯୋଜନାରୁ

ଭୁବନେଶ୍ୱର,(ରାଜାରାମ ଷଡ଼ଙ୍ଗୀ):ଆଜି ୦୭ ତାରିଖ ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ କରକମଳରେ ଶୁଭାରମ୍ଭ କରାଯାଇଥିବା ଯୁଗାନ୍ତକାରୀ “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେ । ଆଜି ଏହା ପ୍ରମାଣିତ ହୋଇଛି । ଆସନ୍ତା ଅକ୍ଟୋବର ୯ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ ।
ଏହା ସହ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା । କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ସୋସିଆଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଉଛି। “ସୁଭଦ୍ରା” ଯୋଜନା ସମ୍ବନ୍ଧୀୟ ସମସ୍ତ ଅପଡେଟ ଖବର ପାଇଁ “ସୁଭଦ୍ରା”ର ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ ଅବା ଟୋଲ ଫ୍ରୀ ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ବିଭାଗ ପକ୍ଷରୁ ସୂଚିତ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ