Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଜଗତଜନନୀ ଦୁର୍ଗତିନାଶିନୀ ମାଆ ଦୁର୍ଗାଙ୍କ ମହାନବମୀ

ଭୁବନେଶ୍ବର: ଆଜି ମହାମାୟାଙ୍କ ମହାନବମୀ । ରାଜ୍ୟର ବିଭିନ୍ନ ମଣ୍ଡପରେ ମାଆ ଦୁର୍ଗାଙ୍କ ନବମୀ ପୂଜା ଅନୁଷ୍ଠିତ ହେଉଛି । ନବମୀରେ କୁମାରୀ ପୂଜା କରିବାର ବିଧି ରହିଛି । ତେଣୁ କିଛି ମଣ୍ଡପରେ କୁମାରୀ ପୂଜା, ଗୋ-ପୂଜନ କରାଯିବ ।

ସେହିଭଳି ବଙ୍ଗୀୟ ପରମ୍ପରା ଅନୁସାରେ କେତେକ ମଣ୍ଡପରେ ସିନ୍ଦୂର ଖେଳ ମଧ୍ୟ ହେବାର କାର୍ଯ୍ୟକ୍ରମ ରହିଛି । ମାଆଙ୍କୁ ଝିଅ ଭାବେ ପୂଜା କରିବା ସହ ବଙ୍ଗୀୟ ଢାଞ୍ଚାରେ ସିନ୍ଦୂର ଖେଳ କରାଯାଇଥାଏ । କେତେକ ମଣ୍ଡପରେ ମାଆଙ୍କ ପାଖରେ ଲାଗି ହେବ ମାଛ ଭୋଗ । ସଧବା ମହିଳା ବେଶରେ ମାତା ଦୁର୍ଗାକୁ ଝିଅ ରୂପେ ପାଇଲା ପରେ ଆଜି ଘରୁ ବିଦା କରାଯିବାର ପରମ୍ପରା ରହିଛି । ସେପଟେ ପୀଠରେ ଚାଲିଛି ଦଶମୀ ପୂଜା । ଆଜି ମହୀଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେବେ ମାଆ ।