ଆଜି ହରିୟାଣା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ


ଭୁବନେଶ୍ବର: ଆଜି ହରିୟାଣା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହରିୟାଣାରେ ବିଜେପି ନେତୃତ୍ୱାଧୀନ ନୂଆ ସରକାରର ଶପଥ ସମାରୋହ ଉତ୍ସବରେ ହେବେ ସାମିଲ । ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତ କରିବେ ।

ଗତକାଲି ୧୭ ତାରିଖରେ ହରିୟାଣାର ନବନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ । ଏହାସହ ଚଣ୍ଡିଗଡ଼ଠାରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ସାମିଲ ହେବେ । ଏହାପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଅପରାହ୍ନ ଓ ୧୯ ତାରିଖ ପୂର୍ବାହ୍ନରେ ମୁମ୍ବାଇର ଏକ ତାରକା ହୋଟେଲରେ ଆୟୋଜିତ ନିବେଶକ ସମ୍ମିଳନୀରେ ସାମିଲ ହେବେ । ଇଣ୍ଡିଆନ କେମିକାଲ୍ସ ଆଣ୍ଡ ପେଟ୍ରୋକେମିକାଲସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବା ସହ ମେକ୍ ଇନ୍ ଓଡ଼ିଶା ପାଇଁ ନିବେଶକଙ୍କ ସମ୍ମିଳନୀରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ୧୯ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।