Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

କେନ୍ଦ୍ରାପଡ଼ା: ଉଗ୍ର ରୂପ ନେଲା ପୂର୍ବ ଶତ୍ରୁତା । ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ଦୁର୍ବୃତ୍ତ । ଏପରି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ କୁରୁଣ୍ଟି ଗାଁରେ । ମୃତକ ଯୁବକ ହେଲେ କୁରୁଣ୍ଟି ଗାଁର ମୁନା ଓରଫ୍ ରଞ୍ଜନ ପରିଡ଼ା ।

ଗତକାଲି ରାତିରେ ମୁନାଙ୍କୁ କିଛି ଦୁର୍ବୃତ୍ତ ଏକ ଧାରୁଆ ଅସ୍ତ୍ରରେ ଗୋଡ଼ଇ ଗୋଡ଼ାଇ ହାଣି ସଂଘବଦ୍ଧ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ରଞ୍ଜନଙ୍କ ନାଁରେ ବିଭିନ୍ନ ଥାନାରେ ୧୦ରୁ ଅଧିକ ମାମଲା ରହିଛି । ତେବେ କେଉଁ କାରଣ ପାଇଁ ଦୁର୍ବୃତ୍ତମାନେ ମୁନାଙ୍କ ହତ୍ୟା କଲେ ତାର କାରଣ ଜଣାପଡ଼ି ନାହିଁ । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories