ବିଜେଡିରୁ ଇସ୍ତଫା ଦେଲେ ଭୁବନେଶ୍ବର ଜିଲ୍ଲା ମହିଳା ସଭାନେତ୍ରୀ


ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ଆଉ ଜଣେ ନେତ୍ରୀ । ନିର୍ବାଚନୀ ବିପର୍ଯ୍ୟୟ ଓ ସାଂଗଠନିକ ପରିଚାଳନାକୁ ନେଇ ଅସନ୍ତୁଷ୍ଟ ଥିବା ବିଜେଡି ନେତାମାନେ ଜଣକ ପରେ ଜଣେ ଦଳ ଛାଡ଼ିବାରେ ଲାଗିଛନ୍ତି । ଭୁବନେଶ୍ୱର ସାଂଗଠନିକ ଜିଲ୍ଲାର ମହିଳା ସଭାନେତ୍ରୀ ବିଜୟଲକ୍ଷ୍ମୀ ମହାପାତ୍ର ବିଜେଡିରୁ ଇସ୍ତଫା ଦେଇଛନ୍ତି । ତାଙ୍କୁ ଦଳ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସକୁ ସେ ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ବୋଲି କହିବା ସହ ବିଜେଡିରେ ଭିକେ ପାଣ୍ଡିଆନ ଓ ମାନସ ମଙ୍ଗରାଜ ଓ ଅନ୍ୟମାନଙ୍କ ଦ୍ୱାରା ତାଙ୍କୁ ଅସମ୍ମାନିତ କରାଯାଇଥିବା ଅଭିଯୋଗ ଆଣିଛନ୍ତି ।

ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ସେଥିରେ ଉଲ୍ଲେଖ କରିଛନ୍ତି ଯେ ବିଜେଡି ନେତା ବିଶ୍ୱରଞ୍ଜନ ମହାନ୍ତିଙ୍କ ଦୌରାତ୍ମ୍ୟ, ଦୁର୍ନୀତି ଓ ଅନିୟମିତତାକୁ ନେଇ ସେ ଦଳର ବହୁ ନେତାଙ୍କୁ ଗୁହାରୀ କଲି । ଶଙ୍ଖ ଭବନରେ ବସି ଦଳର ସବୁ କଥା ବୁଝୁଥିବା ଓ ବିଶ୍ୱରଞ୍ଜନଙ୍କୁ ପୂର୍ଣ୍ଣ ସହଯୋଗ ଦେଉଥିବା ମାନସ ମଙ୍ଗରାଜଙ୍କୁ ମଧ୍ୟ ଏ ସମ୍ପର୍କରେ ଅବଗତ କରି ଅସମ୍ମାନିତ ହୋଇଛି । ତାଙ୍କ ପ୍ରତି ହେଉଥିବା ଅନ୍ୟାୟକୁ ନେଇ ସେ ଲିଖିତ ଭାବେ ବିଜୁ ମହିଳା ରାଜ୍ୟ ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଓ ପ୍ରଣବ ପ୍ରକାଶ ଦାସ, ପାଣ୍ଡିଅନ ଓ ନବୀନ ପଟ୍ଟନାୟକଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିଲା ନାହିଁ । ଏପରିକି ତାଙ୍କୁ ପାଣ୍ଡିଆନଙ୍କୁ ଭେଟିବାର ସୁଯୋଗ ଦିଆଗଲାନି । ପୋଲିସର ପ୍ରତ୍ୟେକ ପଦକ୍ଷେପକୁ ପ୍ରଚ୍ଛଦପଟ୍ଟରେ ରହି ଡିଏସ୍ କୁଟ୍ଟେ ସମ୍ପୂର୍ଣ୍ଣ ସୁରକ୍ଷା ଦେଉଥିଲେ । ତେଣୁ ବିଜେଡିରେ ସଚ୍ଚୋଟ ଲୋକଙ୍କ ସ୍ଥାନ ନାହିଁ, ଯାହାର କଳା ଧନ ଅଛି ସିଏ ଯେତେ ଦୁର୍ନୀତି କଲେ ମଧ୍ୟ ତାଙ୍କୁ ସୁରକ୍ଷା ଦିଆଯିବ ବୋଲି ଅନୁଭବ କଲି ।

ଆଗକୁ ସେ ଉଲ୍ଲେଖ କରିଛନ୍ତି, ଭୁବନେଶ୍ୱର ଜିଲ୍ଲାର ଦଳୀୟ ସଭାନେତ୍ରୀ ଥାଇ ଦୁଇବର୍ଷ ପର୍ଯ୍ୟନ୍ତ ନ୍ୟାୟ ପାଇଁ ଲଢ଼ି ନିରାଶ ହେଲି । ନ୍ୟାୟ ମିଳିବା ବଦଳରେ ଦଶହରା ପାଇଁ ସାରା ଓଡ଼ିଶା ଉତ୍ସବମୁଖର ଥବାବେଳେ ମୋତେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯିବାକୁ ନେଇ ବ୍ୟଥିତ ଓ ମର୍ମାହତ । ସେଥିପାଇଁ ବିଜେଡିର ସମସ୍ତ ପଦପଦବୀ ଓ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲି ବୋଲି ଶ୍ରୀମତୀ ମହାପାତ୍ର ତାଙ୍କ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।