Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଶ୍ୱନାଥପୁରରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

କଳାହାଣ୍ଡି, ୨୧/୧୦-ଆଜି ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ କଳାହାଣ୍ଡି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଚେତା ପାଣି, ଭବାନୀପାଟଣା ଉପ ଜିଲ୍ଲାପାଳ ପ୍ରଭାତ ପରିଡ଼ା, ଉପଖଣ୍ଡ ପୁଲିସ ଅଧିକାରୀ ଅଜୟ ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜୀବ ନାୟକ, ବିଡିଓ ଶଶାଙ୍କ ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ପରୀକ୍ଷିତ ନାଏକ, ସହକାରୀ ନିର୍ବାହୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ଦଶମତ ମାଝୀ, ସାମାଜିକ ସମ୍ପ୍ରସାରଣ ଅଧିକାରୀ ଅରବିନ୍ଦ ମହାପାତ୍ର, କନିଷ୍ଠ ଯନ୍ତ୍ରୀ ସ୍ମିତାରାଣୀ ବିଶ୍ୱାଳ, ମୁଖ୍ୟ କିରାଣୀ ପ୍ରଦ୍ୟୁମ୍ନ କୁମାର ପଣ୍ଡାଙ୍କ ସହିତ ବ୍ଲକ ସ୍ତରୀୟ ଅଧିକାରୀ ଓ କର୍ମଚାରୀ ଯୋଗ ଦେଇଥିଲେ। ଏହି ଅବସରରେ ବ୍ଲକର ୨୬ଗୋଟି ପଞ୍ଚାୟତ ଅଞ୍ଚଳରୁ ୧୨୨ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେହିପରି ୧୧୮ ଟି ଆବାସ ଘର, ୨୦ଟି ରେସନକାର୍ଡ, ୧୧ଟି ଭତ୍ତା, ଗୋଟିଏ ମହିଳା ଗୋଷ୍ଠୀ ସମ୍ପର୍କିତ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ପରେ ଅପରାହ୍ନରେ ଜିଲ୍ଲାପାଳ ସରପଞ୍ଚ ଓ ପଂଚାୟତ ନିର୍ବାହୀ ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ।