Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାପାଳଙ୍କ ନୁଆଗଡ ବ୍ଲକ ଅନ୍ତର୍ଗତ ଆତରସିଂ ଗ୍ରାମରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୂଣ୍ଡି:୨୨/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଆତରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଡ଼.ଗୁଣନିଧି ନାୟକ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଆତରସିଂ ଗ୍ରାମ ପଞ୍ଚାୟତ ସମେତ ତବାରଡ଼ା
ପୁତୁରୁପଡା ଓ ତଙ୍ଗେଳି ପଞ୍ଚାୟତର ସମୁଦାୟ ମୋଟ- ୫୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୨ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୦ ଗୋଟି ଆସିଥିଲା ଓ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ଉପାଧ୍ୟକ୍ଷ ପଞ୍ଚାୟତ ସମିତି ନୂଆଗଡଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର,ତହସିଲଦାର,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ,ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ,ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ