Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୁଖ୍ୟଯନ୍ତ୍ରୀଙ୍କ ଘର ସମେତ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଫସିଲେ sଳାଧନ ଠୁଳକାରୀ ମୁଖ୍ୟଯନ୍ତ୍ରୀ । ଘରେ ପଶିଲା ଭିଜିଲାନ୍ସ ଟିମ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି ।

କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳୁ ଚଢ଼ାଉ ଜାରି ରହିଛି । ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍‌, ୩ଟି ଫ୍ଲାଟ୍ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି । ଭୁବନେଶ୍ୱର, ପୁରୀ, କଟକ, ଯାଜପୁର, କେନ୍ଦୁଝର ସମେତ ୧୦ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି ।  କୈଳାସ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ