ବାତ୍ୟା ପାଇଁ ୧୪ ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି


ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ୧୪ ଜିଲ୍ଲାରେ ୩ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ରହିବ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି ।

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ କେନ୍ଦ୍ରାପଡ଼ାର ଭିତରକନିକାରୁ ଭଦ୍ରକର ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଏହି ୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ।