Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୩ଟି ରୁଟ୍‌ରେ ବନ୍ଦେ ଭାରତ ଟ୍ରେନ୍‌ ଚଳାଇବାକୁ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଟ୍ରାଏଲ ରନ୍‌। ତେବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି। ତିନୋଟି ରୁଟ୍‌ରେ ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳ ପାଇଁ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖି ଜଣାଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ।

ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ମନ୍ତ୍ରୀ । ଯାତ୍ରୀମାନଙ୍କ ସୁବିଧା ତଥା ଦ୍ରୁତ ଗତିରେ ଯାତ୍ରା ବିକଳ୍ପ ପାଇଁ ତିନୋଟି ମାର୍ଗରେ ଟ୍ରେନ୍‌ ଚଳାଇବା ପାଇଁ କହିଛନ୍ତି ମନ୍ତ୍ରୀ।

ଅର୍ଥନୈତିକ ଅଭିବୃଦ୍ଧି ପାଇଁ ରାଜ୍ୟରେ ରେଳ ନେଟୱାର୍କର ଦ୍ରୁତ ବିସ୍ତାର ପାଇଁ ରାଜ୍ୟ ଦାବି କରିଆସୁଥିବା ସେ ଦର୍ଶାଇଛନ୍ତି। ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ରାଜ୍ୟ ଦାବି କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ