ବୀରମହାରାଜପୁର ବ୍ଲକ ସ୍ତରୀୟ ସୁରଭି ଓ ଲୋକକଳା ଉତ୍ସବ ଅନୁଷ୍ଠିତ


ବୀରମହାରାଜପୁର : (ସୌମିତ୍ରି ମେହେର )
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ବାଳକ ଉଚ୍ଚବିଦ୍ୟାଳୟରେ ରବିବାର ବ୍ଲକ ସ୍ତରୀୟ ସୁରଭି ଓ ଲୋକକଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ବୀରମହାରାଜପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର ଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଇଂ ରଘୁନାଥ ଜଗଦଲl ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଞ୍ଚଳର ଶିକ୍ଷl ବ୍ୟବସ୍ଥା ସୁଧାର ଆଣିବା ସମସ୍ତେ ଚେଷ୍ଟିତ ହେବା ଆବଶ୍ୟକ I ଏଥିପାଇଁ ଛାତ୍ରଛାତ୍ରୀ ମାନଙ୍କ ମାନସିକ ଓ ବୌଦ୍ଧିକ ବିକାଶ ପାଇଁ କହିଥିଲେ I ଅନ୍ୟତମ ଅତିଥିଭାବେ ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା , ସମ୍ବଲପୁରୀ ଗୀତ ଗାଇ ହଇଚଇ ସୃଷ୍ଟି କରିଥିବା କଣ୍ଠଶିଳ୍ପୀ ଡ. ଜିତେନ୍ଦ୍ର ହରିପାଲ୍ ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷl ଶାନ୍ତି ଲତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମ ର ଉଭୟ ଜୁନିୟର ଓ ସିନିୟର ବିଭାଗରେ ବକ୍ତୃତା , ଚିତ୍ରାଙ୍କନ , କୁଇଜ , ନୃତ୍ୟ , ସୃଜନ ଲିଖନ , ସଂହିତା ଆଦି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା l ଏଥିରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟ ରୁ ପ୍ରାୟ ଚାରି ଶହ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ I ତନ୍ମଧ୍ୟରୁ ପ୍ରତି ପ୍ରତିଯୋଗିତା ରୁ ପ୍ରଥମ ଓ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା 115 ଜଣ ପ୍ରତିଯୋଗୀଙ୍କୁ ଜିଲ୍ଲା ସ୍ତରୀୟ ସୁରଭି ପ୍ରତିଯୋଗୀତା ରେ ଅଂଶଗ୍ରହଣ କରିବାକୁ ମନୋନୀତ କରାଯାଇ ଥିଲା l