Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମୀଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଗୁମ୍ମା ବ୍ଲକ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମୀଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ପାରଳାଖେମୁଣ୍ଡି:୨୮/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତୁମୁଳ ଗ୍ରାମ ପଞ୍ଚାୟତ ସମେତ ଭୁବନି, ସେରଙ୍ଗ ଓ ଅଜୟଗଡ ପଞ୍ଚାୟତର ସମୁଦାୟ ମୋଟ-୧୨୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୭ ଗୋଟି ଆସିଥିଲା ଓ ସେଥମଧ୍ୟରୁ ୫୩ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି ଓ ସ୍ଥାନୀୟ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ମଧ୍ଯ ପ୍ରଦାନ କରାଯାଇଛି । ଅନ୍ୟ ଅଭିଯୋଗ ଗୁଡିକ ମଧ୍ୟ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆକାଶ କୁମାର ପଣ୍ଡା,ତହସିଲଦାର ଶ୍ରୀ ଦେବୀ ପ୍ରସନ୍ନ ସ୍ଵରସ୍ଵତ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ,ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ,ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।