Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମୀଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଗୁମ୍ମା ବ୍ଲକ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମୀଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ପାରଳାଖେମୁଣ୍ଡି:୨୮/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତୁମୁଳ ଗ୍ରାମ ପଞ୍ଚାୟତ ସମେତ ଭୁବନି, ସେରଙ୍ଗ ଓ ଅଜୟଗଡ ପଞ୍ଚାୟତର ସମୁଦାୟ ମୋଟ-୧୨୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୭ ଗୋଟି ଆସିଥିଲା ଓ ସେଥମଧ୍ୟରୁ ୫୩ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି ଓ ସ୍ଥାନୀୟ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ମଧ୍ଯ ପ୍ରଦାନ କରାଯାଇଛି । ଅନ୍ୟ ଅଭିଯୋଗ ଗୁଡିକ ମଧ୍ୟ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆକାଶ କୁମାର ପଣ୍ଡା,ତହସିଲଦାର ଶ୍ରୀ ଦେବୀ ପ୍ରସନ୍ନ ସ୍ଵରସ୍ଵତ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ,ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ,ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।