Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ବନକଲାଗି ନୀତି, ଶ୍ରଦ୍ଧାଳୁଙ୍କ ପାଇଁ ୫ ଘଣ୍ଟା ଶ୍ରୀମନ୍ଦିର ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିନିମନ୍ତେ ୫ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ପାଖାପାଖି ୫ଟାରୁ ବନକ ଲାଗି ଆରମ୍ଭ ହେବ । ଏହା ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ ।

ଏଥିପାଇଁ ଦତ୍ତ ମହାପାତ୍ର ସେବକଙ୍କ ଆବଶ୍ୟକ ସାମଗ୍ରୀ ସବୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି । ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ମୁଖ୍ୟ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏବେ କାର୍ତ୍ତିକ ମାସ ଚାଲୁଥିବା ବେଳେ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହେଉଛି । କାର୍ତ୍ତିକ ବ୍ରତଧାରୀଙ୍କ ବ୍ୟତୀତ ଅନ୍ୟ ଶ୍ରଦ୍ଧାଳୁମାନେ ମଧ୍ୟ କାଳିଆ ଦର୍ଶନ ପାଇଁ ଧାଇଁ ଆସୁଛନ୍ତି । ଏପରି ସମୟରେ ଆଜି ୫ ଘଣ୍ଟା ଦର୍ଶନ ବନ୍ଦ ରହିବ ଶୁଣି ଦୂରଦୂରାନ୍ତରୁ ଆସିଥିବା ଭକ୍ତ ପ୍ରଭୁଙ୍କ ଦର୍ଶନ ପାଇଁ ଅନାଇ ରହିଛନ୍ତି ।