Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେଡିକୁ ବାଏ ବାଏ କଲେ ପୂର୍ବତନ ବିଧାୟିକା

ଯାଜପୁର: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ସେ ଅଭିଯୋଗ କରିଛନ୍ତି ।

ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟିକା ହୋଇଥିଲେ । ତେବେ ୨୦୨୪ ନିର୍ବାଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନଥିଲା । ତାଙ୍କ ବଦଳରେ ବିଜେପି ଛାଡ଼ି ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଟିକେଟ ଦେଇଥିଲା ବିଜେଡି । ସେ ବିଜୟୀ ମଧ୍ୟ ହୋଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ