Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଉଠାଇବେ ଓଡ଼ିଶାର ଦାବି

ଭୁବନେଶ୍ବର: ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ । ଏହିସହ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଓଡ଼ିଶା ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ । ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’ । ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ ।