ଗଡ଼ିବ ସ୍ବତନ୍ତ୍ର ବସ୍, ଚାରିଧାମ ଦର୍ଶନ କରିବେ ତୀର୍ଥଯାତ୍ରୀ


ଭୁବନେଶ୍ବର: ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ୍‌। ଏଥିସହ ରାଜ୍ୟ ବାହାରେ ଥିବା ବିଭିନ୍ନ ତୀର୍ଥକ୍ଷେତ୍ରକୁ ବି ଚାଲିବ ବସ୍‌ । ପୁରୀରୁ ଅଯୋଧ୍ୟା, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି ବିଭିନ୍ନ ତୀର୍ଥକ୍ଷେତ୍ରକୁ ଆରମ୍ଭ ହେବ ବସ୍‌ ସେବା । ଫଳରେ ତୀର୍ଥ ଯାତ୍ରୀମାନେ ନୂଆ ବର୍ଷ ପୂର୍ବରୁ ସୁଲଭ ମୂଲ୍ୟରେ ରାଜ୍ୟ ବାହାରର ବିଭିନ୍ନ ତୀର୍ଥ କ୍ଷେତ୍ରକୁ ଯାତ୍ରା କରିପାରିବେ । ଆଜି ଏହି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା ।

ମନ୍ତ୍ରୀ କହିଛନ୍ତି, ଚାରିଧାମ ଯାତ୍ରା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆବଶ୍ୟକ ଅନୁଯାୟୀ ସ୍ୱତନ୍ତ୍ର ଭଲବୋ ବସ ମଧ୍ୟ ଆସି ସାରିଛି । ଏଥାପାଇଁ ପରମିସନ ଓ ରୁଟ ବି ପ୍ରସ୍ତୁତ ହୋଇସାରିଛି । ନୂଆ ବର୍ଷ ପୂର୍ବରୁ ଏହି ବସ୍‌ ପ୍ରଚଳନ କରାଯିବ ।

ତୀର୍ଥଯାତ୍ରୀ ଓ ମହିଳାମାନଙ୍କ ପାଇଁ ଟିକେଟ୍ ଦାମରେ କୋହଳ କରାଯିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । କେବଳ ଏତିକି ନୁହେଁ କିଭଳି ବାହାର ରାଜ୍ୟକୁ ଭୁବନେଶ୍ୱରରୁ ଅଧିକ ଗାଡି ସଂଯୋଗ କରାଯାଇପାରିବ ସେଥିପାଇଁ ସରକାର ପଦକ୍ଷେପ ନେଉଥିବା ସେ କହିଛନ୍ତି ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।