ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ଉତ୍ସାହ ଓ ମହକ ଅନୁଷ୍ଠିତ


ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ଵାରା ଆୟୋଜିତ ଶିଶୁ ଯତ୍ନ ଅନୁଷ୍ଠାନ ମାନଙ୍କୁ ନେ଼ଇ ଜିଲ୍ଲା ସ୍ତରୀୟ ମହୋତ୍ସବ ଓ ମହକ କାର୍ଯ୍ୟକ୍ରମ ସ୍ଥାନୀୟ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ପିଲାମାନଙ୍କର ଖେଳକୁଦ ଅନୁଷ୍ଠିତ ହୋଇଥିବା ବେଳେ ଦ୍ଵିତୀୟ ଦିନ ଗୀତ, ନାଚ, ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର କୁମାର ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, କିଶୋର ନ୍ୟାୟ ବୋର୍ଡ ସଦସ୍ୟ ରଞ୍ଜିତା ସାହୁ ପ୍ରମୁଖ ଯୋଗ ଦେଇ ଶିଶୁ ମାନଙ୍କ ପ୍ରତିଭା ବିକାଶ ନିମନ୍ତେ ଉତ୍ସାହିତ କରିଥିଲେ। ବିଜୟ ବିଶ୍ଵାଳ ମଞ୍ଚ ପରିଚାଳନା କରିଥିବା ବେଳେ କେଶବ ଚନ୍ଦ୍ର ମେହେର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସେହିପରି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଅନ୍ୟା ଦାସ ଯୋଗଦେଇ ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ। ଅନ୍ୟ ତମ ସମ୍ମାନିତ ଅତିଥି ଭାବରେ ଉପ-ଜିଲ୍ଲାପାଳ ସୌମ୍ୟରୂପା ରଥ, ଡିଏସପି (ଏଚଆରପିସି) ପ୍ରତାପ ରଣା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ, ବରିଷ୍ଠ ଶିକ୍ଷକ ଗିରିଶ ତ୍ରିପାଠୀ ଯୋଗ ଦେଇ ଶିଶୁ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ସିଆରସିସି ବ୍ରତାନନ୍ଦ ଭୋଇ ପରିଚାଳନା କରିଥିବା ବେଳେ ଶିଶୁ ଯତ୍ନ ଅନୁଷ୍ଠାନ ଅଧିକାରୀ ବିଜୟ ବିଶ୍ଵାଳ ଧନ୍ୟ ବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଥବିର କାଲସେ, ସ୍ବାଗତରାଜ ମିଶ୍ର, ଅନିଲ ମହଲା, ରୁଦ୍ର ପ୍ରସନ୍ନ ମିଶ୍ର, ପ୍ରଶାନ୍ତ ମହାକୁଡ, ସରିତା ସୁନା, ସୁଜାତା ବେହେରା, ରୋଜି ସା, ସୁଧୀର ଦାସ, ଧର୍ମେନ୍ଦ୍ର ଦାସ ସହଯୋଗ କରିଥିଲେ। ବିଚାରକ ଭାବରେ ଗିରିଶ ତ୍ରିପାଠୀ, ଶାନ୍ତନୁ କର୍ଣ୍ଣ, ଲକ୍ଷ୍ମୀ ମିଶ୍ର ଓ ସୁଧା ପାଣିଗ୍ରାହୀ ପ୍ରମୁଖ କାର୍ଯ୍ୟ ତୁଲାଇଥିଲେ।

ଆନ୍ଧ୍ର ପ୍ରଦେଶ ପଥର କୁଆଁରୀ ବିସ୍ପୋରଣରେ ପ୍ରାଣ ହରାଇଥିବା ଗଜପତି ଜିଲ୍ଲାର ୨ ପରିବାରକୁ ଭେଟିଲେ ବିଜେଡ଼ି ନେତାପାରଳାଖେମୁଣ୍ଡି:୬/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ୨ ଜଣ ଶ୍ରମିକ ଆନ୍ଧ୍ରର ଏକ ପଥର କୁଆଁରୀ ବିସ୍ପୋରଣରେ ମୃତ୍ୟୁବରଣ କରିଥିଲେ. ମୃତ୍ୟୁବରଣ ପରିବାରକୁ ସମବେଦନା ଜଣାଇବା ସହ ଆବଶ୍ୟକ ସରକାରୀ ସାହାର୍ଯ୍ୟ ଦାବି ନେଇ ଗଜପତି ଜିଲ୍ଲାର ବିଜେଡି ନେତାମାନେ ମୃତ ପରିବାରକୁ ଭେଟି ସରକାରଙ୍କୁ ଦାବି ଜଣାଇଛନ୍ତି. ଘଟଣାରୁ ପ୍ରକାଶ, ଗତ ୩ତାରିଖ ଦିନ ଆନ୍ଧ୍ରପ୍ରଦେଶର ଏକ ପଥର କୁଆଁରୀ ବିସ୍ପୋରଣ ସମୟରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା. ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ ଜଣ ଓ ଗଜପତି ଜିଲ୍ଲାର ୨ଜଣ ରହିଛନ୍ତି. ଉକ୍ତ ଖବର ପାଇ ପାରଳା ବିଧାୟକ ଇଂ ରୁପେଶ ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ, ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ଚନ୍ଦ୍ରଗିରି ଜୋନ ଜିଲ୍ଲା ପରିଷଦ ସଭ୍ୟ ସୁନିଲ ବିଷୋୟୀ ପ୍ରମୁଖ ଗଜପତି ଜିଲ୍ଲା ମୋହନା ବ୍ଳକର ଦୁଇ ମୃତକ ଭାସ୍କର ବିଷୋୟୀ ଓ ଟୁକୁନା ଦଳାଇଙ୍କ ମୃତ ପରିବାରଙ୍କ ଘରେ ପହଞ୍ଚି ସେମାନଙ୍କୁ ସାନ୍ତ୍ୱନା ଦେବା ସହ 2 ମୃତକଙ୍କ ଆତ୍ମାର ସଦଗତି କାମନା କରିଥିଲେ. ଏଥିସହ ଦୁଇ ପରିବାରକୁ ଆର୍ଥିକ ସହାୟତା ସହ ଆବଶ୍ୟକ ସମସ୍ତ ସୁବିଧା ସୁଯୋଗ ସରକାର ପ୍ରଦାନ କରନ୍ତୁ ବୋଲି ବିଜେଡିର ଏହି ନେତାମାନେ ଦାବି କରିଛନ୍ତି.ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଦୁଇ ମୃତ ପରିବାରର ପିଲାମାନଙ୍କୁ ପାଠ ପଢିବା ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ.