ପୁରୀ: ଆଜି ପବିତ୍ର ଅଁଳା ନବମୀ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶ ସାଙ୍ଗକୁ ପାଦ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲାଗିଛି ଭିଡ଼ । ବର୍ଷକରେ ଗୋଟିଏ ଦିନ ଏହି ଦୁର୍ଲଭ ବେଶ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ଗହଳି ଲାଗିଛି ।
ରାତି ଗୋଟାଏରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତି ଓ ଅବକାଶ ନୀତି ଆଦି କରାଯାଇ ରାଧାରାଣୀଙ୍କ ସୁସଜ୍ଜିତ ବେଶ କରାଯାଇଛି । ସୁବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି ମାଆ ରାଧାରାଣୀ ଓ ପ୍ରଭୁ ସାକ୍ଷୀ ଗୋପୀନାଥ ।
ଶ୍ରଦ୍ଧାଳୁଙ୍କ ଭିଡ଼କୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଉଭୟ ପୋଲିସ ଓ ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇ ଥିବାବେଳେ ମନ୍ଦିର ଭିତରକୁ ପ୍ରବେଶ ପାଇଁ ବ୍ୟାରିକେଡ୍ ନିର୍ମାଣ କରାଯାଇଛି । ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ୨୦ ପ୍ଲାଟୁନ ଫୋର୍ସ ।