Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ଝାଡ଼ଖଣ୍ଡରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଆଜି ଝାଡ଼ଖଣ୍ଡ ଯାଉଚନ୍ତି । ସେ ଦଳୀୟ ପ୍ରଚାରର ମଙ୍ଗ ଧରିବା ସହ ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ ।

ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷଢ଼େଇକଳା, ଖରସୁଆଁ ଓ ସିଂହଭୂମିରେ ସଭା କରିବେ ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ । ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରଚାର କରିଥିଲେ । ଏଥିସହ ମୁଖ୍ୟମନ୍ତ୍ରୀ ଚାଇଁବାସାର କୋଲ୍ ହାନ୍ ଯାଇ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହୋଇଥିଲେ ।