Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜିଠୁ ଶ୍ରୀକ୍ଷେତ୍ରରେ ପଞ୍ଚୁକ ବ୍ରତ ଆରମ୍ଭ

ପୁରୀ: ଆଜିଠୁ ଆରମ୍ଭ ହେଉଛି କାର୍ତ୍ତିକ ମାସର ମହାପଞ୍ଚୁକ ବ୍ରତ । ଏଥିପାଇଁ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା କରଯାଇଛି । ଏଥର ତିଥି କ୍ଷୟ ଯୋଗୁଁ ୫ ଦିନ ବଦଳରେ ୪ ଦିନ ପାଳନ କରାଯିବ ପଞ୍ଚୁକ ବ୍ରତ । ତେଣୁ ଭକ୍ତଙ୍କୁ ୪ଟି ବେଶରେ ଦର୍ଶନ ଦେବେ ମହାପ୍ରଭୁ ।

ଗତକାଲିଠାରୁ ଶ୍ରୀମନ୍ଦିରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଲାଣି । ପଞ୍ଚୁକ ଭିଡ଼କୁ ଦୃଷ୍ଟିରେ ରଖି ଆଜିଠାରୁ କାର୍ତ୍ତିକ ପୂର୍ଣ୍ଣମା ପର୍ଯ୍ୟନ୍ତ କେବଳ ସିଂହଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରବେଶ କରିବେ । ଶ୍ରୀଜିଉଙ୍କ ଦର୍ଶନ ସାରି ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ । ଏନେଇ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ।