Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସୁଛି ଲଘୁଚାପ, ବାତ୍ୟାରେ ପରିଣତ ହେବ କି ନାହିଁ ସ୍ପଷ୍ଟ ହୋଇନି; ଆଇଏମ୍‌ଡି

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆକଳନ କରିଛି ଆଇଏମ୍‌ଡି । ମେ’ ୫ ତାରିଖ ବେଳକୁ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହାପରେ ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ଏହାର ପ୍ରଭାବ ଦକ୍ଷିଣ ବଙ୍ଗୋପସାଗର ତଥା ନିକଟବର୍ତ୍ତୀ ଅଞ୍ଚଳରେ ରହିବ। ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି କହିଛି ପାଣିପାଗ କେନ୍ଦ୍ର।

ତେବେ ଅବପାତ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ତେବେ ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଲଘୁଚାପ ସୃଷ୍ଟି ହେଲେ ଏହାର ପରବର୍ତ୍ତୀ ସ୍ଥିତି ପୂର୍ବାନୁମାନ କରିହେବ ବୋଲି ଆଇଏମଡି କହିଛି । କେବଳ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଇଏମଡି।