Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ

ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଟାଉନର ସମସ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ନିଜ ନିଜ ବିଦ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ଛକ ନିକଟରେ ଥିବା ନେହେରୁ ଙ୍କ ପ୍ରତିମୂର୍ତ୍ତିରେ ଦୀପ ଧୂପ ଫୁଲ, ଚନ୍ଦନ ସହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ l ପରେ ପରେ ଟାଉନର ପ୍ରତ୍ୟେକ ବିଦ୍ୟାଳୟରେ ମଧ୍ୟ ଛାତ୍ର ଛାତ୍ରୀ ମାନେ ନିଜ ନିଜ ବିଦ୍ୟାଳୟ କୁ ଯାଇ ବିଦ୍ୟାଳୟ ପରିସରରେ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ଉପସ୍ଥିତ ରହି ନେହେରୁଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ନେହେରୁ ଙ୍କ ସମ୍ପର୍କ ରେ ସମ୍ୟକ ଉଦବୋଧନ ଦେଇଥିଲେ। ସେହିପରି ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ନେହେରୁଙ୍କ ତୈଳ ଚିତ୍ରରେ ଦୀପଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପମାଲ୍ୟାର୍ପଣ କରି ନେହେରୁ ପିଲାଙ୍କୁ କିପରି ଭଲ ପାଇବା ସହ ସେମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କିପରି ଚେଷ୍ଟା କରୁଥିଲେ ଏବଂ ସହକାରୀ ଶିକ୍ଷୟତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ନେହେରୁ ଦେଶର ଉନ୍ନତି ଓ ପ୍ରଗତି ଦିଗରେ ଶିଶୁଙ୍କ ଭୁମିକା ଗୁରୁତ୍ୱପୂର୍ଣ୍ଣ ସମ୍ପର୍କରେ ଉପସ୍ଥିତ ପିଲାଙ୍କୁ ବୁଝାଇ ଥିଲେ l ପରେ ପରେ ପ୍ରତ୍ୟେକ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ ପରେ ମିଷ୍ଟାନ ବଣ୍ଟନ କରାଯଇଥିଲା l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ