Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବ୍ରିଜରୁ ମହାନଦୀକୁ ଡେଇଁଲେ ଯୁବକ

ପାରାଦୀପ: ବ୍ରିଜରୁ ମହାନଦୀକୁ ଡେଇଁ ପଡ଼ିଲେ ଯୁବକ । ପାରାଦୀପର ଭୂତମୁଣ୍ଡାଇ ପୋଲରୁ ଯୁବକ ଜଣଙ୍କ ମହାନଦୀକୁ ଡେଇଁ ପଡ଼ିଥିବା ସୂଚନା ରହିଛି । ତେବେ ଯୁବକ ଜଣଙ୍କ କିଏ ତାହା ଜଣାପଡ଼ିନାହିଁ ।

ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ । ସ୍ଥାନୀୟ ଲୋକେ ଯୁବକ ଜଣଙ୍କ ଭାସୁଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି । ହେଲେ ଏପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିନାହିଁ ।

ତେବେ ଯୁବକ ଜଣଙ୍କ କାହିଁକି ମହାନଦୀକୁ ଡେଇଁ ପଡ଼ିଲେ ତାହା ଜଣାପଡ଼ିନାହିଁ । ପୋଲିସ ଘଟଣାର ତଦନ୍ତ କରୁଛି ।