Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ

ମାର୍ଶାଘାଇ: କେନ୍ଦ୍ରାପଡା ଜିଲ୍ଲା ଟିକପଙ୍ଗା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାରେ ୨ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକମାନେ ହେଲେ ଯଦୁପୁର ଗାଁର ମନୋରଞ୍ଜନ ରାଉତ ଏବଂ ସାନଗାଁର ରମେଶ ବେହେରା ।
ପାରାଦୀପରୁ ମାଛ ଧରା କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଖବରପାଇ ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଦ୍ବୟ ଜବତ କରି ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ।
ମୃତ ରମେଶ ମାଛଧରା ବୋଟର ଡ୍ରାଇଭର ଭାବେ କାମ କରୁଥିଲେ । ସେହିପରି ମନୋରଞ୍ଜନ ଜଣେ ମତ୍ସ୍ୟଜୀବୀ ଥିଲେ ।