Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ବସ୍ତା: ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଇନ୍ଦିରା ଛକରେ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ଘଟିଛି । ମୃତକ ଜଣକ ହେଲେ ଅମର୍ଦ୍ଦା ରୋଡ ଅଞ୍ଚଳର କାହ୍ନୁ ପ୍ରଧାନ ।
ଗତକାଲି ବିଳମ୍ବିତ ରାତିରେ କାହ୍ନୁ ଚାଲି ଚାଲି ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଜାତୀୟ ରାଜପଥ ପାଟ୍ରୋଲିଂ ଭ୍ଯାନ କାହ୍ନୁଙ୍କ ମୃତଦେହ ଦେଖିବାକୁ ପାଇଥିଲା । ଏହାପରେ ବସ୍ତା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।