କାମାକ୍ଷାନଗର: କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି ।
ଉପଜିଲ୍ଲାପାଳ ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘର ଚଢ଼ାଉ କରିଛି । ୧୦ ଜଣ ଡିଏସପି ଓ ୨ ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି ।