ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର


ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍ (OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା । ତାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ଘର ଓ ଅଫିସ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି ।

ସୁବାଷଙ୍କ ଭୁବନେଶ୍ୱର ଆଇଗିଣିଆରେ ଥିବା ଘର, ମଞ୍ଚେଶ୍ୱର ଥିବା ଘର, ବ୍ରହ୍ମପୁର ଖାରବେଳ ନଗରରେ ଥିବା ଭଡ଼ା ଘର ଓ ବ୍ରହ୍ମପୁର ଅଫିସରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ ।

ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି।  ଏହି ଚଢ଼ାଉରେ ୫ ଜଣ ଡିଏପି, ୭ ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମକାରୀ ସାମିଲ ହୋଇଛନ୍ତି ।