Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାୟଗଡ଼ ବ୍ଲକ ସାନ ତୁଣ୍ଡି ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଙ୍କ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ରାୟଗଡ଼ ବ୍ଲକ ସାନ ତୁଣ୍ଡି ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଙ୍କ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ପାରଳାଖେମୁଣ୍ଡି:୧୮/୧୧(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସାନତୁଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି,ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମେତ ରାୟଗଡ,କରଡ଼ାସିଂ ଓ ଏସ୍.କରଡ଼ାସିଂ ପଞ୍ଚାୟତର ସମୁଦାୟ ମୋଟ-୧୮୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୯୫, ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଓ ଅନ୍ୟ ଅଭିଯୋଗ ଗୁଡିକ ମଧ୍ୟ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁଇ ଜଣଙ୍କୁ ୟୁଇଲ୍ ଚ୍ୟାର୍ ଓ ଅନ୍ୟ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂତହସିଲଦାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ