ଅବପାତରେ ପରିଣତ ହେଲା ଲଘୁଚାପ, ୨୭ରୁ ପ୍ରବଳ ବର୍ଷା


ଭୁବନେଶ୍ବର: ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ । ଯାହାର  ପ୍ରଭାବରେ ରାଜ୍ୟରେ ବର୍ଷା ପ୍ରବଳ ବର୍ଷା ହେବାର ସମ୍ଭାବନା । ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ତାମିଲନାଡୁ ଓ ଶ୍ରୀଲଙ୍କାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ତଥା ବିଶେଷ ଭାବେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।