Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାଇନ୍ସ କମ୍ପାନୀ ପଶିଲେ ଆଇଟି ଅଧିକାରୀ, ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ

କେନ୍ଦୁଝର: ମାଇନ୍ସ କମ୍ପାନୀରେ ବଡ଼ଧରଣର ଆୟକାର (IT) ରେଡ୍ କରାଯାଇଛି । ଏସ୍.ଏନ୍. ମହାନ୍ତି ଗ୍ରୁପର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । କେନ୍ଦୁଝର ଜିଲ୍ଲା ଯୋଡ଼ା, ବଡ଼ବିଲ ଓ ଭୁବନେଶ୍ୱର ସମେତ ୮ଟି ସ୍ଥାନରେ ଏହି ରେଡ୍ କରାଯାଇଛି । ଟିକସ ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି ।

ବଡ଼ବିଲରେ ଥିବା କମ୍ପାନୀ ଅଫିସ, ଭୁବନେଶ୍ୱରରେ ଥିବା ଘର ଓ କର୍ପୋରେଟ ଅଫିସରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି । ତେବେ ଏନେଇ କମ୍ପାନୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିନି ।  ୬ଟି ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି । ଆଜି ଭୋରରୁ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି । ଚଢ଼ାଉ ବେଳେ ନଗଦ ଟଙ୍କା ଓ ଗୁରୁତ୍ୱ ପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ସୂଚନା ରହିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ