Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ବର୍ଷିବ; ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ଆଜି କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମଭାବନା ରହିଛି। ଏ ନେଇ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର। ଅନ୍ୟପଟେ ସକାଳେ ଖରା ହେଉଥିବା ବେଳେ ଅପରାହ୍ନରେ ବର୍ଷା ହେଉଛି। ଅଧିକାଂଶ ସହରର ପାରଦ ୪୦ ଡିଗ୍ରୀ ପାଖାପାଖି ରହୁଛି । ଅନେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସର କୁଆପଥର ବର୍ଷା ହେଉଛି ।

ତେବେ ଆଜି ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସକାଳୁ ସକାଳୁ ପାଗ କୋହଲା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ତୁହାକୁ ତୁହା ବର୍ଷା ହେଉଛି । ଝଡ଼ ତୋଫାନ ସମୟରେ ଘରୁ ନବାହିରାବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ