Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜ୍ଞାପନ ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କଲା ଓଡ଼ିଶା କ୍ଷୁଦ୍ର ଓ ମାଧ୍ୟମ ସମ୍ୱାଦପତ୍ର ସଂଗଠନ

ବିଜ୍ଞାପନ ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କଲା ଓଡ଼ିଶା କ୍ଷୁଦ୍ର ଓ ମାଧ୍ୟମ ସମ୍ୱାଦପତ୍ର ସଂଗଠନ
ପାରଳାଖେମୁଣ୍ଡି:୧/୧୨(ଗରୁଡ଼ ଧ୍ଵଜ ଚୌଧୁରୀ) ଭାରତ ବର୍ଷର ବିଭିନ୍ନ ଅଞ୍ଚଳରୁ ପ୍ରକାଶ ପାଉଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ରଗୁଡ଼ିକ ପ୍ରାୟତଃ ସରକାରୀ ବିଜ୍ଞାପନ ଉପରେ ନିର୍ଭର କରିଥାନ୍ତି । 2015 ପର୍ଯ୍ୟନ୍ତ ଡିଏଭିପି ପକ୍ଷରୁ କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ରଗୁଡ଼ିକୁ ଜାତୀୟ ଦିବସ ତଥା ସ୍ଵାଧୀନତା ଓ ସାଧାରଣତନ୍ତ୍ର ଦିବସ, ଆମ୍ୱେଦକର ଓ ଗାନ୍ଧୀ ଜୟନ୍ତୀ ଭଳି ଦିବସ ମାନଙ୍କରେ ବିଜ୍ଞାପନ ଡିଏଭିପି ଜରିଆରେ ପ୍ରଦାନ କରି ଆସୁଥିଲେ। କିନ୍ତୁ ଦୁର୍ଭାଗ୍ୟର କଥା, ଭାଜପା ସରକାର ଗଠନ ହେବା ପରେ ସମ୍ପୃକ୍ତ ଖବରକାଗଜଗୁଡ଼ିକୁ ବିଜ୍ଞାପନ ପ୍ରଦାନ କରାଗଲା ନାହିଁ । ଏଠାରେ ଉଲ୍ଲେଖ କରାଯାଇପାରେ, ବୃହତ ପ୍ରସାରଣ ଦାବି କରୁଥିବା ସମ୍ୱାଦପତ୍ରଗୁଡ଼ିକୁ ବିଭିନ୍ନ କର୍ପୋରେଟ୍‌‍ ହାଉସ ଓ ସରକାର ବିପୁଳ ପରିମାଣରେ ବିଜ୍ଞାପନ ପ୍ରଦାନ କରିଥାନ୍ତି। ଛୋଟ ଛୋଟ କାଗଜଗୁଡ଼ିକ ଏଥିରୁ ପ୍ରାୟତଃ ବଂଚିତ ହେଉଛନ୍ତି। ପୂର୍ବରୁ ଯେଉଁ ବିଜ୍ଞାପନ ଗୁଡ଼ିକ ସରକାରୀ କ୍ଷେତ୍ରରେ ମିଳୁଥିଲା ତାହା ବନ୍ଦ ହୋଇଯିବାରୁ ବହୁ ଖବରକାଗଜ ପ୍ରକାଶନ ବନ୍ଦ ହେବାକୁ ଲାଗିଲାଣି। ତେଣୁ କେନ୍ଦ୍ର ସରକାର ଏ ଦିଗରେ ଅଧିକ ଦୃଷ୍ଟି ଦେଇ ଦେଶର ବିଭିନ୍ନ ଅଞ୍ଚଳରୁ ପ୍ରକାଶ ପାଉଥିବା ସମ୍ୱାଦପତ୍ରଗୁଡ଼ିକୁ ପୂର୍ବରୁ ଦିଆଯାଉଥିବା ବିଜ୍ଞାପନ ଗୁଡ଼ିକ ପ୍ରଦାନ କଲେ ଆର୍ଥିକ ସ୍ଥିତି ସୁଧାରିପାରିବ । ଫଳରେ ବହୁ ସମ୍ୱାଦପତ୍ର ପ୍ରକାଶନ ବନ୍ଦ ହେବାକୁ ଯାଉଛି ବୋଲି ଓଡିଶାର କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରର ସଭାପତି ରବି ରଥ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି । ଏଥିସହ କେନ୍ଦ୍ର ସୂଚନା ଓ ପ୍ରସାରଣ ବିଭାଗ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଜୁଏଲ ଓରାମଙ୍କ ସମେତ ରାଜ୍ୟର ପ୍ରମୁଖ ସାଂସଦମାନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।